ଜନଜାତି ବହୁଳ ଜିଲ୍ଲାମାନଙ୍କରେ ବହୁଭାଷୀ ଶିକ୍ଷକଙ୍କ ପାରିତୋଷିକ ୧୦ ହଜାର ଟଙ୍କାକୁ ବୃଦ୍ଧି ,ଯୋଗ୍ୟତା ଭିତ୍ତିରେ ନିୟମିତ କରାଯିବ

ଭୁବନେଶ୍ୱର – ରାଜ୍ୟର ଜନଜାତି ବହୁଳ ଜିଲ୍ଲାମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ ନିୟୋଜିତ କରାଯାଇଅଛି।

ସୂଚନାଯୋଗ୍ୟ ଯେ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ବର୍ତ୍ତମାନ ସେମାନଙ୍କ ଦାବିକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀମାନଙ୍କ ପାରିତୋଷିକ ୫ ହଜାର ୩୭୯ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।ଏତଦବ୍ୟତୀତ ଯୋଗ୍ୟତା ଭିତ୍ତିରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗରେ ବହୁଭାଷୀ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Comments are closed.