ଗୋଟିଏ ପରିବାରର ତିନି ସଦସ୍ୟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର | News Room Odisha

ଗୋଟିଏ ପରିବାରର ତିନି ସଦସ୍ୟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା – କେନ୍ଦ୍ରାପଡା ଜିଲ୍ଲା ରାଜନଗର ତାଳଚୁଆ ସାମୁଦ୍ରିକ ଥାନା ରାଜେନ୍ଦ୍ରନଗର ଗାଁରେ ଚାଞ୍ଚଲ୍ୟକର ଘଟଣା। ଗାଁର ଗୋଟିଏ ଘରୁ ଏକ ପରିବାରର ୩ ଜଣ ସଦସ୍ୟଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବାପା, ମା, ଓ ପୁଅଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ଏହା ଆତ୍ମହତ୍ୟା ନା ସୁନିୟୋଜିତ ହତ୍ୟା, ତାହା ସ୍ପଷ୍ଟ ହୋଇନାହିଁ। ପୋଲିସ ଓ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ବାପା ମା’ ଓ ୨୫ ବର୍ଷୀୟ ପୁଅର ମୃତଦେହ ଉଦ୍ଧାର କରାଯାଇଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । କାହିଁକି ଓ କେଉଁ ପରିସ୍ଥିତିରେ ଗୋଟିଏ ପରିବାରର ତିନିଜଣଙ୍କର ମୃତ୍ୟୁ ହେଲା, ତାହା ଜଣାପଡ଼ିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।