ଆଜି ଅପରାହ୍ନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ : ଚଣ୍ଡିଖୋଲରେ ବିଭିନ୍ନ କାର୍ଯ୍ୟକ୍ରମ, ୧୯ ହଜାର ୬ଶହ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ | News Room Odisha

ଆଜି ଅପରାହ୍ନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ : ଚଣ୍ଡିଖୋଲରେ ବିଭିନ୍ନ କାର୍ଯ୍ୟକ୍ରମ, ୧୯ ହଜାର ୬ଶହ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ

ଭୁବନେଶ୍ଵର – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି। ପ୍ରଧାନମନ୍ତ୍ରୀ ଚଣ୍ଡିଖୋଲରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ । ଏଥିସହ ଏକ ସାଧାରଣ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିବେ ।

ଆଜି ଅପରାହ୍ନ ୨ଟା ୪୦ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରୁ ହେଲିକପ୍ଟର ଯୋଗେ ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ । ଅପରାହ୍ନ ୩ଟା ୧୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି ।
ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।