ନିଯୁକ୍ତି ପର୍ବ: ବିଭିନ୍ନ ବିଭାଗରେ ୧୨୯୪ ଜଣ ନବନିଯୁକ୍ତଙ୍କୁ ଦିଗଦର୍ଶନ ଦେବେ ମୁଖ୍ୟମନ୍ତ୍ରୀ | News Room Odisha

ନିଯୁକ୍ତି ପର୍ବ: ବିଭିନ୍ନ ବିଭାଗରେ ୧୨୯୪ ଜଣ ନବନିଯୁକ୍ତଙ୍କୁ ଦିଗଦର୍ଶନ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର – ଆଜି ରାଜ୍ୟ ସରକାରଙ୍କ ନିଯୁକ୍ତି ପର୍ବରେ ବିଭିନ୍ନ ବିଭାଗରେ ନବନିଯୁକ୍ତ ୧୨ ଶହ ୯୪ ଜଣ ଅଧିକାରୀଙ୍କୁ ଦିଗଦର୍ଶନ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ ଓ ଗୃହ ବିଭାଗରେ ବିଭିନ୍ନ ପଦବୀରେ ୧୨ ଶହ ୯୪ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବା ସ‌ହ ଦିଗଦର୍ଶନ ଦିଆଯିବ ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ ୧୭୭ ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, ୯୬ ଜଣ ସହକାରୀ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, ୭ଜଣ ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାର ନିଯୁକ୍ତି ପାଇବାକୁ ଯାଉଛନ୍ତି । ଅର୍ଥ ବିଭାଗରେ ମୋଟ ୨୮୦ ଜଣ ନୂତନ ଭାବେ ନିଯୁକ୍ତି ପାଇବେ । ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୧୬ ଜଣ କନିଷ୍ଠ ସହାୟକ, ୫ଜଣ କନିଷ୍ଠ କିରାଣୀ ଏବଂ ୮ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇବେ । ଗ୍ରାମ୍ୟ ଉନ୍ନୟନ ବିଭାଗରେ ମୋଟ ୧୨୯ ଜଣ ନୂଆ ଅଧିକାରୀ ନିଯୁକ୍ତି ପାଇବେ ।

କ୍ରୀଡା ବିଭାଗରେ କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ୧୬୦ ଜଣ କ୍ରୀଡ଼ାବିତଙ୍କୁ ନିଯୁକ୍ତି ଦିଆଯିବ । ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇବେ ।