କ୍ୟାବିନେଟ ବୈଠକ: ସମସ୍ତ ୟୁଜି ଓ ପିଜି ପିଲାଙ୍କୁ ମିଳିବ ନୂଆ-ଓ ଛାତ୍ରବୃତ୍ତି, ବିରାଶାଳରେ ପ୍ରତିଷ୍ଠା ହେବ ବିଜୁ ପଟ୍ଟନାୟକ ଆଭିଏସନ ସେଣ୍ଟର 

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ବିଭିନ୍ନ ବିଭାଗର ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।

କ୍ୟାବିନେଟ ବୈଠକରେ ନୂଆ-ଓ ଛାତ୍ରବୃତ୍ତି ଗାଇଡଲାଇନ ସଂଶୋଧନ ସମ୍ପର୍କିତ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏଣିକି ରାଜ୍ୟର ସମସ୍ତ ୟୁଜି ଓ ପିଜି ପିଲାଙ୍କୁ ମିଳିବ ନୂଆ-ଓ ଛାତ୍ରବୃତ୍ତି । ପୂର୍ବରୁ କେବଳ ଉଚ୍ଚଶିକ୍ଷା ବିଭାଗ ଅଧୀନ ୟୁଜି, ପିଜି ପିଲା ବୃତ୍ତି ପାଉଥିଲେ । ସଂଶୋଧିତ ଗାଇଡଲାଇନ ଦ୍ୱାରା ଏବେ ଅନ୍ୟ ବିଭାଗ କୃଷି, ସଂସ୍କୃତି ବିଭାଗ ଅଧୀନରେ ଥିବା ପିଲାମାନେ ମଧ୍ୟ ନୂଆ-ଓ ଛାତ୍ରବୃତ୍ତି ପାଇବେ ।

ଢେଙ୍କାନାଳ ବିରାଶାଳରେ ବିଜୁ ପଟ୍ଟନାୟକ ଆଭିଏସନ ସେଣ୍ଟର ପ୍ରତିଷ୍ଠା ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଆଭିଏସନ ସେଣ୍ଟରରେ ବିଭିନ୍ନ ପ୍ରକାର ଟ୍ରେନିଂ ପ୍ରଦାନ କରାଯିବ । ପାଇଲଟ୍‌, କ୍ୟାବିନ କ୍ରୁ ଆଦି ବିଭିନ୍ନ ପ୍ରକାର ଟ୍ରେନିଂ ଦିଆଯିବ । ଆଭିଏସନ ସେଣ୍ଟର ପାଇଁ ୫୬୨ କୋଟି ଟଙ୍କା ବ୍ୟୟ କରାଯିବ।

Comments are closed.