ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ, ଡିଆରଡିଓ ବୈଜ୍ଞାନିକଙ୍କୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା | News Room Odisha

ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ, ଡିଆରଡିଓ ବୈଜ୍ଞାନିକଙ୍କୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ବାଲେଶ୍ବର – ପ୍ରତିରକ୍ଷା ଗବେଷଣା ବିକାଶ ସଂସ୍ଥା -ଡିଆରଡିଓର ‘ମିଶନ ଦିବ୍ୟାସ୍ତ୍ର’ ଅଧିନରେ ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି । ବାଲେଶ୍ଵରର ଅବଦୁଲ କାଲାମ ଦ୍ୱୀପରୁ ଅଗ୍ନି-୫ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି । ସଂପୂର୍ଣ୍ଣ ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଅଗ୍ନି-୫ ୧.୫ ଟନ ଓଜନର ପରମାଣୁ ଯୁଦ୍ଧାସ୍ତ୍ର ବହନ କରିବା କ୍ଷମତା ରଖିଛି ।

ପରୀକ୍ଷଣ ନେଇ ଡିଆରଡିଓ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଡିଆରଡିଓ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି।