ରାଜ୍ୟର ପ୍ରତି ଭାଗବତ ଟୁଙ୍ଗୀକୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର – ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ ଗୌରବମୟ ପରିଚୟ। ରାଜ୍ୟରେ ଥିବା ୭ ହଜାର ୨୦୦ଟି ଭାଗବତ ଟୁଙ୍ଗୀକୁ ଅଧିକ କ୍ରିୟାଶୀଳ କରାଯିବ ।ଏଥି ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ଭାଗବତ ଟୁଙ୍ଗୀ ପାଇଁ 50 ହଜାର ଟଙ୍କା ଲେଖାଏଁ ମଞ୍ଜୁର କରିଛନ୍ତି।

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଜରିଆରେ ଭାଗବତ ଟୁଙ୍ଗୀଗୁଡିକର ବିକାଶ କାର୍ଯ୍ୟ କରାଯିବ।

Comments are closed.