କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୨୦ ହଜାର ଟଙ୍କାକୁ ବୃଦ୍ଧି , ୨୦୨୩ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ 

ଭୁବନେଶ୍ବର -ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକମାନଙ୍କର (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ସେମାନଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି । ଏହି ବୃଦ୍ଧି ପିଛିଲା ଭାବେ ୨୦୨୩ ଜାନୁଆରୀ ୧ ତାରିଖରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ।

ସୂଚନାଯୋଗ୍ୟ ଯେ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ ।

Comments are closed.