ଆଜିଠୁ ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର – କାଳବୈଶାଖୀ ବର୍ଷାପବନ ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ତାତିରୁ ଲୋକଙ୍କୁ ଆଶ୍ୱସ୍ତି ମିଳିଛି । ତାପମାତ୍ରା ହ୍ରାସ ପାଇଛି। ଏଣେ ଆଜିଠୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗଞ୍ଜାମ,ଗଜପତି, ରାୟଗଡ଼ା, କନ୍ଧମାଳ, ଭଦ୍ରକ,ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ଆଜି ବର୍ଷା ହୋଇପାରେ । ଆସନ୍ତାକାଲି ( ୧୬ ତାରିଖ) ଏବଂ ୧୭ ତାରିଖରେ ସାରା ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତାକାଲି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

Comments are closed.