ନିର୍ବାଚନ -୨୪ : ମେ’ ୨୦ରେ ଓଡ଼ିଶାର ୫ ଲୋକସଭା ଓ ୩୫ ବିଧାନସଭା ଆସନରେ ଭୋଟ୍

ଭୁବନେଶ୍ୱର – ମେ’ ୨୦ରେ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ । ଏହି ପର୍ଯ୍ୟାୟରେ ୫ଟି ଲୋକସଭା ଆସନ ଓ ୩୫ଟି ବିଧାନସଭା ଆସନରେ ଭୋଟ୍ ନିଆଯିବ । ଲୋକସଭା ଆସନଗୁଡିକ ହେଲା – ବରଗଡ଼ ( ସାଧାରଣ), ସୁନ୍ଦରଗଡ଼ (ଏସଟି ), ବଲାଙ୍ଗୀର ( ସାଧାରଣ), କନ୍ଧମାଳ ( ସାଧାରଣ) ଓ ଆସ୍କା ( ସାଧାରଣ) ।

ବିଧାନସଭା ଆସନଗୁଡିକ ହେଲା – ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଂଜି, ବାଲିଗୁଡ଼ା ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଞ୍ଜନଗର, ପୋଲସରା କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି, ହିଞ୍ଜିଳି।

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏପ୍ରିଲ ୨୬ରେ ବିଜ୍ଞପ୍ତି ପ୍ରକାଶ ପାଇବ । ମେ’ ୩ ତାରିଖ ହେଉଛି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ମେ’ ୪ ତାରିଖରେ ପ୍ରାର୍ଥିପତ୍ରଗୁଡିକର ଯାଞ୍ଚ କରାଯିବ। ମେ’ ୬ ତାରିଖ ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ।

Comments are closed.