ବିଜେଡିରେ ମିଶିଲେ କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା

ଭୁବନେଶ୍ବର – ଜଗତସିଂହପୁର ଜିଲ୍ଲାର କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ଆଜି ବିଜେଡିରେ ସାମିଲ ହୋଇଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ସେ ବିଜେଡିରେ ଯୋଗ ଦେଇଛନ୍ତି । ସେ ବର୍ତ୍ତମାନ ପାରାଦ୍ୱୀପ-ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ଅଛନ୍ତି । ତାଙ୍କ ସମର୍ଥନରେ ଜିତିଥିବା ୭ ସ୍ୱାଧୀନ କାଉନସିଲର ବି ବିଜେଡିରେ ଯୋଗ ଦେଇଛନ୍ତି ।

ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବରିଷ୍ଠ ବିଜେଡି ନେତାଙ୍କ ଉପସ୍ଥିତିରେ ମୋନିଦୀପା ଦଳରେ ସାମିଲ ହୋଇଛନ୍ତି ।
ବିଜେଡିରେ ସାମିଲ ହେବା ପରେ ମୋନିଦୀପା କହିଛନ୍ତି, ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ଆଦର୍ଶ ମୁଖ୍ୟମନ୍ତ୍ରୀ । ତାଙ୍କ କାର୍ଯ୍ୟଧାରା ଓ ନିର୍ମଳ ଭାବମୂର୍ତ୍ତିରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ମିଶିଛନ୍ତି ।

Comments are closed.