ଭୁବନେଶ୍ବର – ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଥିବାରୁ ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ରେ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଗତକାଲି ନିର୍ବାଚନ କମିଶନ ଲୋକସଭା ଓ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ। ତାରିଖ ଘୋଷଣା ସହ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି।