ନିର୍ବାଚନ ବେଳେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆବଶ୍ୟକ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ନିର୍ଦ୍ଦେଶ | News Room Odisha

ନିର୍ବାଚନ ବେଳେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆବଶ୍ୟକ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ବର – ଆଗାମୀ ସାଧାରଣ ନିର୍ବାଚନ ବେଳେ ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଆବଶ୍ୟକ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର ସତ୍ୟବ୍ରତ ସାହୁ । ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଚିଠି ଲେଖି ସମସ୍ତ ଜିଲ୍ଲାପାଳଙ୍କୁ ସେ ସତର୍କ କରିଛନ୍ତି । ନିର୍ବାଚନ ଋତୁ ହୋଇଥିବାରୁ ଅଧିକ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଂଶୁଘାତରୁ ରକ୍ଷା ପାଇଁ ବିଭିନ୍ନ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି ।

ପାନୀୟ ଜଳର ବ୍ୟବସ୍ଥା, ସାମୟିକ ଆଶ୍ରୟସ୍ଥଳୀ ନିର୍ମାଣ, ଶ୍ରମ ସମୟ ହ୍ରାସ କରିବା, ସ୍କୁଲ ଓ କଲେଜରେ ଶିକ୍ଷାଦାନ ସମୟ ହ୍ରାସ କରିବା, ଜରୁରୀକାଳିନ ଓ ଡାକ୍ତରୀ ସେବା ଯୋଗାଇବା ଉପରେ ଗୁରୁତ୍ବ ଦେଇଛନ୍ତି ଏସଆରସି ।

ନିର୍ବାଚନ ଋତୁ ଆରମ୍ଭ ହୋଇଯାଇଥିବାରୁ ରାଲି ସମୟରେ ସତର୍କତା ଗ୍ରହଣ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।