ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ବର୍ଷା, ୧୨ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ | News Room Odisha

ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ବର୍ଷା, ୧୨ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର – କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଆଜି ପ୍ରବଳ ବର୍ଷା ହୋଇଛି । ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ଏଣେ ରାଜ୍ୟରେ ଆସନ୍ତାକାଲି ସକାଳ ସୁଦ୍ଧା କିଛି ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ଆଶଙ୍କା ରହିଛି। ୫୦-୬୦ କିମି ବେଗରେ ପବନ ବହିବା ସମ୍ଭାବନା ମଧ୍ୟ ରହିଛି। କେତେକ ସ୍ଥାନରେ ୭-୧୧ ସେମି ଯାଏ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଅନୁଗୁଳ ଢେଙ୍କାନାଳ, କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର,ବୌଦ୍ଧ, କଟକ, ନୟାଗଡ଼ ଓ କନ୍ଧମାଳକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।