ଆଜି ଶେଷ ହେଉଛି ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଆଜି ଶେଷ ହେଉଛି । ଫେବ୍ରୁଆରୀ ୧୬ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିଲା । ଏ ବର୍ଷ ରାଜ୍ୟରେ ୩ ଲକ୍ଷ ୮୬ ହଜାର ୨୫୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୪୪୭ , କଳାରେ ସର୍ବାଧିକ ୨ ଲକ୍ଷ ୩୬ ହଜାର ୪୨୫, ବାଣିଜ୍ୟରେ ୨୫,୯୬୦ ଓ ଧନ୍ଦାମୂଳକରେ ୫,୭୬୫ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଉଛନ୍ତି। ପରୀକ୍ଷା ପାଇଁ ସାରା ରାଜ୍ୟରେ ୧୧୫୦ ପରୀକ୍ଷା କେନ୍ଦ୍ରସହ ୨୦୨ଟି ହବ କରାଯାଇଥିଲା । ଏଥର ବିଜ୍ଞାନ,ବାଣିଜ୍ୟ ଏବଂ କଳା ବର୍ଗରେ ପରୀକ୍ଷା ଫଳ ଏକାସାଙ୍ଗେ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି ।

Comments are closed.