ଲୋକସଭା ନିର୍ବାଚନ ପାଇଁ ବିଜେଡିର ୯ ଜଣିଆ ପ୍ରଥମ ପ୍ରାର୍ଥୀ ତାଲିକା, ସମ୍ବଲପୁରରୁ ଲଢ଼ିବେ ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ୱର – ଆଗାମୀ ଲୋକସଭା ନିର୍ବାଚନ ପାଇଁ ବିଜେଡି ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ୨୧ରୁ ୯ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ଆସନରୁ ପ୍ରତିଦ୍ବନ୍ଦିତା କରିବେ । କଳାହାଣ୍ଡି ଲୋକସଭା ଆସନରୁ ଲମ୍ବୋଦର ନିଆଲ, ଭୁବନେଶ୍ୱରରୁ ମନ୍ମଥ ରାଉତରାୟ, କେନ୍ଦ୍ରାପଡାରୁ ଅଂଶୁମାନ ମହାନ୍ତି, ନବରଙ୍ଗପୁରରୁ ପ୍ରଦୀପ ମାଝୀ, ସୁନ୍ଦରଗଡ଼ରୁ ଦିଲୀପ ତିର୍କି, ମୟୂରଭଞ୍ଜରୁ ସୁଦାମ ମାର୍ଣ୍ଡି, ଆସ୍କାରୁ ରଞ୍ଜିତା ସାହୁ, କୋରାପୁଟରୁ କୈ।ଶଲ୍ୟା ହିକକା ପ୍ରାର୍ଥୀ ହେବେ ।

Comments are closed.