ରାଜ୍ୟରେ ଆଜିଠୁ ସକାଳୁଆ ହେଲା ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର | News Room Odisha

ରାଜ୍ୟରେ ଆଜିଠୁ ସକାଳୁଆ ହେଲା ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର

ଭୁବନେଶ୍ୱର – ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜନିତ ପ୍ରବଳ ଖରା ଯୋଗୁଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଆଜିଠୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ସକାଳୁଆ ହୋଇଛି। ସକାଳ ୭ରୁ ୧୧ଟା ୩୦ ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଖୋଲା ରହିବ । ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆଜିଠାରୁ ମଧ୍ୟ ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି । ସକାଳ ୭ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ସ୍କୁଲରେ ପାଠପଢା ହେବ । ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନକୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି । ଖରା ତାତିକୁ ଦୃଷ୍ଟିରେ ରଖି ସ୍କୁଲରେ ଶୁଦ୍ଧ ପାନୀୟ ଜଳ ସହ ଓଆରଏସ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ପାଣିପାଗର ସ୍ଥିତି ଉପରେ ନଜର ରଖିବା ସହ ଆବଶ୍ୟକ ପଡ଼ିଲେ ସ୍କୁଲର ସମୟ ପରିବର୍ତ୍ତନ କରିପାରିବେ ଜିଲ୍ଲାପାଳ ।