ଆଜିଠୁ ତିନି ଦିନ ବଢିବ ଖରା ପ୍ରକୋପ | News Room Odisha

ଆଜିଠୁ ତିନି ଦିନ ବଢିବ ଖରା ପ୍ରକୋପ

ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରଚଣ୍ଡ ଖରାରେ ଅସ୍ତବ୍ୟସ୍ତ ଜନଜୀବନ । ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ତାପ ଜନିତ ସ୍ଥିତି ସଙ୍ଗୀନ ରହିଛି। ଏଣେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଜିଠୁ ୩ ଦିନ ଖରାର ପ୍ରକୋପ ଅଧିକ ବୃଦ୍ଧି ପାଇବ । ଦିନ ସହ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶାରେ ମଧ୍ୟ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି । ଆଜି ଗ୍ରୀଷ୍ମ ପ୍ରବାହ ନେଇ ନୟାଗଡ଼, ବୌଦ୍ଧ, କନ୍ଧମାଳ, କଟକ, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲାକୁ ସତର୍କ ସୂଚନା ଦିଆଯାଇଛି। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ସାଢେ ୩ଟା ମଧ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜନସାଧାରଣ ଅତି ଜରୁରୀ କାମ ନଥିଲେ ପଦାକୁ ବାହାରିବାକୁ ବାରଣ କରାଯାଇଛି। ଏ ନେଇ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସ ଆରସି ସତ୍ୟବ୍ରତ ସାହୁ ନିର୍ଦ୍ଦେଶ ଦେଇଛନ୍ତି।