ଭୁବନେଶ୍ୱର – କାଳବୈଶାଖୀ ଯୋଗୁଁ ଚାରି ପାଞ୍ଚ ଦିନର ଅସହ୍ୟ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିଛି । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଝଡ଼ ବର୍ଷା ହୋଇଥିଲା । ଏଥିଯୋଗୁଁ ତାପମାତ୍ରା ହ୍ରାସ ପାଇଛି। ଆଜି ମଧ୍ୟ ରାଜ୍ୟରେ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛିି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ । କିଛି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।
Comments are closed.