ବିଧାୟକ ଅରବିନ୍ଦ ଢ଼ାଲି ଓ ପ୍ରେମାନନ୍ଦ ନାୟକଙ୍କ ସଭ୍ୟ ପଦ ରଦ୍ଦ କଲେ ବାଚସ୍ପତି | News Room Odisha

ବିଧାୟକ ଅରବିନ୍ଦ ଢ଼ାଲି ଓ ପ୍ରେମାନନ୍ଦ ନାୟକଙ୍କ ସଭ୍ୟ ପଦ ରଦ୍ଦ କଲେ ବାଚସ୍ପତି

ଭୁବନେଶ୍ୱର – ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ହୋଇଛି।ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ କରିଛନ୍ତି ବାଚସ୍ପତି। ସଭ୍ୟପଦ ରଦ୍ଦ ନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସମ୍ବିଧାନର ନିୟମ ମୁତାବକ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ଦଳ ବଦଳ ବିରୋଧୀ ଆଇନ ଅନୁସାରେ ଦୁଇ ବିଧାୟକଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ନିଆଯାଇଛି। ନିକଟରେ ଦୁଇ ବିଧାୟକ ବିଜେଡି ଛାଡି ବିଜେପିରେ ସାମିଲ ହେଇଥିଲେ । ଏପରିକି ଅରବିନ୍ଦ ଢାଲିଙ୍କୁ ବିଜେପି ଜୟଦେବ ଆସନରୁ ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ମଧ୍ୟ ଘୋଷଣା କରିଥିଲା । ଅନ୍ୟପଟେ ପ୍ରେମାନନ୍ଦ ମଧ୍ୟ ଟିକେଟ୍ ପାଇବା ପାଇଁ ରେସରେ ଅଛନ୍ତି ।