ଆଉ ଚାରିଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ, ୪ରୁ ୫ ଡିଗ୍ରୀ ସେଲସିୟସ ଯାଏ ବଢିବ ତାପମାତ୍ରା

ଭୁବନେଶ୍ୱର – ଗ୍ରୀଷ୍ମ ପ୍ରକୋପରେ କଲବଲ ସାରା ରାଜ୍ୟ। ଗତ ଦୁଇ ଦିନ ଧରି ବିଭିନ୍ନ ସ୍ଥାନରେ ତାପମାତ୍ରା ଉପରମୁହାଁ ହୋଇଛି। ଏଭଳି ସ୍ଥିତି ଆହୁରି ୪ ଦିନ ଲାଗି ରହିବ । ଦିନ ତାପମାତ୍ରା ୪ରୁ ୫ ଡିଗ୍ରୀ ଯାଏ ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଆଜି ମାଲକାନଗିରି, କୋରାପୁଟ, କନ୍ଧମାଳ, କେନ୍ଦ୍ରାପଡା, ଢେଙ୍କାନାଳ, ନୟାଗଡ଼ ଓ ଆସନ୍ତାକାଲି ମାଲକାନଗିରି, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡା , ବୌଦ୍ଧ, ଖୋର୍ଦ୍ଧା ଜିଲ୍ଲା ପାଇଁ ଆଲର୍ଟ ଜାରି କରାଯାଇଛି ।

ଦିନ ୧୧ରୁ ୩ଟା ଯାଏ ଘରୁ ନ ବାହାରିବାକୁ ଗର୍ଭବତୀ, ବୟସ୍କ ବ୍ୟକ୍ତି, ଛୋଟ ପିଲା, ରୋଗାକ୍ରାନ୍ତ ଲୋକ ନବାହାରିବାକୁ ପରାମର୍ଶ ଦିଆଯାଇଛି। ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ପାଇଁ ଅତ୍ୟଧିକ ପାଣି ଓ ଥଣ୍ଡାଜାତୀୟ ଖାଦ୍ୟ ସେବନ କରିବାକୁ କହିଛି ପାଣିପାଗ କେନ୍ଦ୍ର।

Comments are closed.