ଶ୍ରୀମନ୍ଦିରରେ ରାମ ନବମୀ ନୀତି ପାରମ୍ପରିକ ରୀତିରେ ସମ୍ପର୍ଣ୍ଣ

ପବିତ୍ର ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କଙ୍କ ଜନ୍ମନୀତି ଅନୁଷ୍ଠିତ ହୋଇଯାଇଛି । ସ୍ୱୟଂ ପ୍ରଭୁ ଶୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ, ତେଣୁ ପ୍ରସବ ବେଦନାକୁ ଲାଘବ କରିବା ନିମନ୍ତେ ଅଷ୍ଟମୀ ଦିନ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯିବା ସଙ୍ଗେ ସଙ୍ଗେ ଗର୍ଭଉଦକ ଦିଆଯାଇଥିଲା । ନବମୀ ଦିନ ଠାକୁରମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଜନ୍ମନୀତି ଅନୁଷ୍ଠିତ ହୋଇଥିଲା । ୨ଜଣ ମହାଜନ ସେବକ ଦଶରଥ ଓ କୌଶଲ୍ୟା ହୋଇ ଜନ୍ମବିଧି ପାଳନ କରିଥିଲେ । ଏହି ଗୁପ୍ତନୀତି କୁ କେହି ଯେପରି ଦେଖି ନ ପାରିବେ ସେଥିଲାଗି ଗର୍ଭଗୃହରେ ଥିବା ଜୟବିଜୟ ଦ୍ୱାରକୁ ବନ୍ଦ କରାଯାଇଥିଲା । ଶ୍ରୀରାମ ଜନ୍ମ ହେବା ପରେ କର୍ପୁର ଆଳତି ବନ୍ଦାପନା ହୋଇ ମହାସୁଆର ଦେଇଥିବା ଗଣ୍ଡୁସ ମସଲା, କ୍ଷୀର ମଣୋହୀ କରାଯାଇଥିଲା । ଏହାପରେ ପୂଜାପଣ୍ଡା ସାମନ୍ତ ଶୀତଳଭୋଗ କରାଇବା ପରେ ମହାସୁଆର ଜୟବିଜୟ ଦ୍ୱାରଠାରେ ଚରୁଭାତ ମଣୋହୀ କରାଇଥିଲେ । ଶ୍ରୀବିଗ୍ରହମାନଙ୍କ ଦକ୍ଷିଣ ଘରକୁ ବିଜେ ପରେ ଅନ୍ୟାନ୍ୟ ନୀତି ବଢିଥିଲା।

Comments are closed.