ଓଆରଏଚଡିସି ଦୁର୍ନୀତି ମାମଲାରେ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/କଟକ – ବହୁଚର୍ଚ୍ଚିତ ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ବିକାଶ ନିଗମ ଲିମିଟେଡ୍ -ଓଆରଏଚଡିସି ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି। ଏହି ମାମଲାରେ ମୋକିମଙ୍କୁ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। ଏଥିସହ ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ । ଏ ନେଇ ଭିଜିଲାନ୍ସ ବିଭାଗକୁ ନୋଟିସ ଜାରି କରିଛନ୍ତି ସୁପ୍ରିମକୋର୍ଟ । ଓଆରଏଚଡିସି ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ଭିଜିଲାନ୍ସ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ । ଆଉ ହାଇକୋର୍ଟ ଏହି ରାୟକୁ କାଏମ ରଖିଥିଲେ । କିନ୍ତୁ ମୋକିମ ରାୟ ବିରୋଧରେ ସୁପ୍ରିମକୋର୍ଟରେ ଅପିଲ କରିବା ସହ ଜାମିନ ପାଇଁ ଆବେଦନ କରିଥିଲେ।

Comments are closed.