ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ

ଭୁବନେଶ୍ୱର – ଓଡିଶାରେ ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆଜି ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ । ଗତକାଲି ସୁଦ୍ଧା ୪ଟି ଲୋକସଭା ଆସନ ପାଇଁ ୨୩ ଜଣ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । କଳାହାଣ୍ଡି ଲୋକସଭା ଆସନ ପାଇଁ ୮, ପ୍ରାର୍ଥୀ, ନବରଙ୍ଗପୁର ପାଇଁ ୪ , ବ୍ରହ୍ମପୁର ପାଇଁ ୪ ଜଣ ଓ କୋରାପୁଟ ପାଇଁ ୭ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ସୂଚନା ମିଳିଛି । ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ହୋଇଥିବାରୁ ପ୍ରାର୍ଥୀ ସଂଖ୍ୟା ବଢିବା ସମ୍ଭାବନା ରହିଛି । ସୂଚନାଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ଆସନ – ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଲୋକସଭା ଆସନ ଓ ଏସବୁ ସଂସଦୀୟ କ୍ଷେତ୍ର ଅଧିନରେ ଥିବା ବିଧାନସଭା ଆସନରେ ଆସନ୍ତା ମାସ ୧୩ ତାରିଖରେ ଭୋଟ୍ ଗ୍ରହଣ ହେବ ।

ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷଦିନ ଥିବା ବେଳେ ଆସନ୍ତାକାଲି ନାମାଙ୍କନ ଯାଞ୍ଚ ହେବ । ୨୯ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ମଇଦାନରେ କେତେ ପ୍ରାର୍ଥୀ ରହିବେ, ତାହା ସ୍ପଷ୍ଟ ହେବ ।

Comments are closed.