ଆଜିଠୁ ସବୁ ସ୍କୁଲରେ ଆଗୁଆ ଖରାଛୁଟି ଆରମ୍ଭ

ଭୁବନେଶ୍ବର – ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ରାଜ୍ଯର ସବୁ ସ୍କୁଲରେ ଆଗୁଆ ଖରା ଛୁଟି ଆରମ୍ଭ ହୋଇଛି। ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲରେ ଆଜିଠୁ ଗ୍ରୀଷ୍ମ ଛୁଟି ଆରମ୍ଭ ହୋଇଛି। ପୂର୍ବରୁ ଚଳିତ ମାସ ୨ ତାରିଖରୁ ରାଜ୍ୟର ସବୁ ସ୍କୁଲ ସକାଳୁଆ ଆରମ୍ଭ ହୋଇଥିଲା । ଗ୍ରୀଷ୍ମ ପ୍ରବାହ ଯୋଗୁଁ ସକାଳୁଆ ସ୍କୁଲ ଟାଇମିଂ ସାଢେ ୬ରୁ ୧୦ ଯାଏଁ କରାଯାଇଥିଲା । ଆଗୁଆ ଖରା ଛୁଟି ପୂର୍ବରୁ ସାରାରାଜ୍ଯରେ ଗ୍ରୀଷ୍ମ ପ୍ରକୋପକୁ ଦୃଷ୍ଟିରେ ରଖି ସବୁ ସ୍କୁଲକୁ ଏପ୍ରିଲ ୧୮ରୁ ୨୦ ତାରିଖ ଯାଏଁ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର।

ଖରା ଛୁଟି ସମୟରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ଯ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ଯ ମାଧ୍ଯମିକ ଶିକ୍ଷା ନିର୍ଦ୍ଦେଶକ ଓ ଉଚ୍ଚ ଶିକ୍ଷା ନିର୍ଦ୍ଦେଶକଙ୍କ ସହ ପ୍ରତ୍ଯକ୍ଷ ତତ୍ତ୍ବାବଧାନରେ ବିଦ୍ଯାଳୟ ପରିଚାଳନା କରାଯିବ ।

Comments are closed.