ବୋୖଦ୍ଧ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ୨ ମାଓବାଦୀ ମୃତ

ବୋୖଦ୍ଧ – ବୋୖଦ୍ଧ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଜିଲ୍ଲାର କଣ୍ଟାମାଳ ଥାନା ପଢେଲ ଡ୍ୟାମ ନିକଟ ଜଙ୍ଗଲରେ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି। ଏଥିରେ ଦୁଇ ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି।

ଆଜି ଭୋର୍‌ରୁ ପ୍ରାୟ ୧ ଘଣ୍ଟା ଧରି ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଚାଲିଥିଲା । ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ । ଘଟଣାସ୍ଥଳରୁ ବିପୁଳ ପରିମାଣର ଗ୍ରେନେଡ ଓ ମାଓ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ।

Comments are closed.