ଆସନ୍ତା ୨୪ ଘଣ୍ଟାରେ ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରଖର ଗ୍ରୀଷ୍ମ ପ୍ରବାହ ସ୍ଥିତି

ଭୁବନେଶ୍ୱର – ଆସନ୍ତା ୨୪ ଘଣ୍ଟା ପାଇଁ ପାଇଁ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଓ ଭୀଷଣ ଗ୍ରୀଷ୍ମ ପ୍ରବାହ ସ୍ଥିତି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାଛଡା ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଅନୁଗୁଳ, ନୟାଗଡ଼, ବଲାଙ୍ଗୀର, ବୋୖଦ୍ଧ, ନୂଆପଡ଼ା, କନ୍ଧମାଳ, ଖୋର୍ଦ୍ଧା, କଟକ ଓ ଢେଙ୍କାନାଳ ଜିଲ୍ଲାରେ ଆଗାମୀ ୨୪ ଘଣ୍ଟାରେ ହିଟୱେଭ ସ୍ଥିତି ରହିବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.