ଗ୍ରୀଷ୍ମ ପ୍ରକୋପ: ଆଜି ୯ ଜିଲ୍ଲାକୁ ହିଟୱେଭ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ହିଟୱେଭ୍ ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଓ କାଲି ସ୍ୱାଭାବିକ ତାପମାତ୍ରା ୩ରୁ ୬ ଡିଗ୍ରୀ ଯାଏଁ ଅଧିକ ରହିବ । ସେଥିପାଇଁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା ପାଇଁ ଭୀଷଣ ଗ୍ରୀଷ୍ମତାପ ଚେତାବନୀ ଜାରି କରାଯାଇଛି।

ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ରେଡ୍ ଓ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୨୮ ତାରିଖ ପାଇଁ ସାରା ରାଜ୍ୟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Comments are closed.