ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ନାମାଙ୍କନ ଦାଖଲ ଶେଷ, ଆଜି ଯାଞ୍ଚ

ଭୁବନେଶ୍ୱର – ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ରାଜ୍ୟର ୪ଟି ଲୋକସଭା ଆସନ ପାଇଁ ୭୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । କଳାହାଣ୍ଡି ସଂସଦୀୟ କ୍ଷେତ୍ର ପାଇଁ ୨୦ ଜଣ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ କୋରାପୁଟ ଲୋକସଭା ଆସନରେ ୨୧ ଜଣ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବ୍ରହ୍ମପୁର ଲୋକସଭା ଆସନରେ ୨୪ ଜଣ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।ନବରଙ୍ଗପୁର ସଂସଦୀୟ କ୍ଷେତ୍ରରୁ ମୋଟ ୧୦ ଜଣ ପ୍ରାର୍ଥୀ ନିର୍ବାଚନ ପାଇଁ ନାମାଙ୍କନ କରିଛନ୍ତି ।

୨୮ଟି ବିଧାନସଭା ଆସନରୁ ୪୮୩ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବ୍ରହ୍ମପୁରରୁ ସର୍ବାଧିକ ୩୦ ଜଣ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଦିଗପହଣ୍ଡିରୁ ୨୬, ଚିତ୍ରକୋଣ୍ଡାରୁ ୨୩ ଏବଂ ରାୟଗଡ଼ାରୁ ୨୨ ଜଣ ପ୍ରାର୍ଥୀ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ।

ଆଜି ନାମାଙ୍କନପତ୍ର ଯାଞ୍ଚ ହେବ । ୨୯ ତାରିଖ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ଏହି ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ ।

Comments are closed.