ଟ୍ରକ ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଜାତୀୟ ରାଜପଥ ନମ୍ବର ୫୫ ପଞ୍ଚମହଲା ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଟ୍ରକ ଧକ୍କାରେ ତିନି ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକମାନେ ଅନୁଗୁଳ ଜିଲ୍ଲା ଡେରଜାଙ୍ଗ ଗାଁର ବୋଲି ସୂଚନା ମିଳିଛି। ୩ ବାଇକ୍ ଆରୋହୀ ଆଜି ସକାଳେ ବାଇକରେ ନିଜ ଗାଁରୁ ଅନୁଗୁଳ ଅଭିମୁଖେ ଆସୁଥିଲେ। ପଞ୍ଚମହଲା ନିକଟରେ ପଛ ପଟୁ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ଟି ବାଇକ୍‌କୁ ଧକ୍କା ଦେଇଥିଲା। ଏଥିଯୋଗୁଁ ଘଟଣାସ୍ଥଳରେ ୩ ଯୁବକ ଛିଟିକି ପଡ଼ିଥିବା ବେଳେ ସେମାନଙ୍କ ମୃତ୍ୟୁ ଘଟିଥିଲା।

ଏହାକୁ ନେଇ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା ବେଳେ କିଛି ସମୟ ଗାଡ଼ି ଚଳାଚଳ ବନ୍ଦ ରହିଥିଲା ।

Comments are closed.