ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ମେ’୨୫ରେ ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟ୍

ଭୁବନେଶ୍ୱର – ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ମେ’୨୫ ତାରିଖରେ ହେବ । ଆଜିଠୁ ବିଜ୍ଞପ୍ତି ପ୍ରକାଶ ସହ ମତଦାନ ହେବାକୁ ଥିବା ଆସନଗୁଡିକ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯିବ । ମେ’ ୨୫ ତାରିଖରେ ୬ ଲୋକସଭା ଆସନ ଓ ଏସବୁ ଆସନ ଅଧୀନରେ ଆସୁଥିବା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ୍ ଗ୍ରହଣ କରାଯିବ।

ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ଲୋକସଭା ଆସନ ଓ ଏସବୁ ଆସନ ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ’ ୨୫ରେ ମତଦାନ କରାଯିବ । ବିଜ୍ଞପ୍ତି ପ୍ରକାଶ ପାଇବା ସହ ଆଜିଠୁ ନାମାଙ୍କନ ଦାଖଲ ହୋଇପାରିବ । ମେ’ ୭ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ମେ’ ୯ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ।

Comments are closed.