ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଶେଷ, ଆଜି ଯାଞ୍ଚ

ଭୁବନେଶ୍ବର – ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ( ମେ’ ୧୪) ପ୍ରାର୍ଥିପତ୍ର ଦାଖଲର ଥିଲା ଶେଷ ଦିନ। ଏହି ପର୍ଯ୍ୟାୟରେ ରାଜ୍ୟର ମୟୂରଭଞ୍ଜ, ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ଯାଜପୁର ସଂସଦୀୟ କ୍ଷେତ୍ର ସହିତ ୪୨ଟି ବିଧାନସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ ହୋଇଛି । ଯଶିପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳି, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର ଓ ନିମାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ଜୁନ ୧ରେ ହେବାକୁ ଯାଉଛି। ଆଜି ନାମାଙ୍କନପତ୍ର ଯାଞ୍ଚ କରାଯିବ । ମେ’ ୧୭ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଶେଷ ତାରିଖ ରହିଛି।

Comments are closed.