ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମୋଟ ୯୬୧୨ ପୋଲିଂ ବୁଥ୍ , ୭୯ ଲକ୍ଷରୁ ଅଧିକ ଭୋଟର

ଭୁବନେଶ୍ୱର – ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ । ଏହି ପର୍ଯ୍ୟାୟରେ ୫ ଲୋକସଭା ଓ ୩୫ ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ । ଏହି ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ମତାଧିକାର ସାବ୍ୟସ୍ତ କରିପାରିବେ।

ଏହି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ପାଇଁ ମୋଟ ୯ ହଜାର ୧୬୨ ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି। ଏଥିମଧ୍ୟରୁ ୧ ହଜାର ୪୧ଟି ବୁଥ୍ ମହିଳା ଓ ୨୫ଟି ବୁଥ ଦିବ୍ୟାଙ୍ଗ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ । ୧ ହଜାର ୫୪୧ଟି ଆଦର୍ଶ ବୁଥ୍ ରହିଛି। ୨୦ ପ୍ରତିଶତ ବୁଥ ସମ୍ବେଦନଶୀଳ ଭାବେ ଚିହ୍ନଟ ହୋଇଛି। ଏସବୁ ବୁଥ୍‌କୁ ଜଗିବେ ୧୦୨ କମ୍ପାନି କେନ୍ଦ୍ରୀୟ ସୁରକ୍ଷା ବଳ । ୬୦ ପ୍ରତିଶତ ବୁଥ୍‌ରେ ଲାଇଭ ଷ୍ଟ୍ରିମିଂ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।

Comments are closed.