କାଲି ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ , ବୁଥ ଅଭିମୁଖେ ପୋଲିଂ ପାର୍ଟି : ସୁରକ୍ଷା ପାଇଁ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବାହିନୀ

ଭୁବନେଶ୍ୱର – ଆସନ୍ତାକାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ। ବୁଥ୍ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ୫ ଲୋକସଭା ସହ ୩୫ ବିଧାନସଭା ଆସନରେ ହେବ ଭୋଟ୍ ଗ୍ରହଣ କରାଯିବ । ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସିକା ସଂସଦୀୟ କ୍ଷେତ୍ର ଏବଂ ଏସବୁ କ୍ଷେତ୍ର ଅଧୀନସ୍ଥ ୩୫ଟି ବିଧାନସଭା ଆସନରେ ହେବ ମତଦାନ । ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ୨୬୫ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୪୧ ଜଣ ମହିଳା। ୫ ସଂସଦୀୟ କ୍ଷେତ୍ରରେ ୪୦ ଜଣ ପ୍ରାର୍ଥୀ ଅଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିପାରିବେ। ମୋଟ ୯ ହଜାର ୧୬୨ଟି ବୁଥ ଥିବା ବେଳେ ୧ ହଜାର ୪୧ ବୁଥକୁ ମହିଳା ପୋଲିଂ କର୍ମଚାରୀ ଓ ୨୫ଟି ବୁଥକୁ ପିଡବ୍ଲୁଡି କର୍ମଚାରୀ ପରିଚାଳନା କରିବେ । ୧୫୪୧ ଆଦର୍ଶ ବୁଥ କରାଯାଇଥିବା ବେଳେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ ଚିହ୍ନଟ କରାଯାଇଛି ।

ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ । କନ୍ଧମାଳ ଜିଲ୍ଲାରେ ୨୨, ଗଞ୍ଜାମ ଜିଲ୍ଲାରେ ୨୦, ସୁନ୍ଦରଗଡ଼ରେ ୧୬, ବଲାଙ୍ଗୀରରେ ୧୪, ବରଗଡ଼ରେ ୧୪, ଝାରସୁଗୁଡ଼ାରେ ୫ ଓ ବୌଦ୍ଧରେ ୫ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ।

Comments are closed.