ସମ୍ଭାବ୍ୟ ଲଘୁଚାପ : ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କଲେ ଏସଆରସି | News Room Odisha

ସମ୍ଭାବ୍ୟ ଲଘୁଚାପ : ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କଲେ ଏସଆରସି

ଭୁବନେଶ୍ୱର – ବଙ୍ଗୋପ ସାଗରରେ ଚଳିତ ମାସ ୨୨ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ଦୃଷ୍ଟିରୁ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର – ଏସଆରସି । ମେ’୨୩ରୁ ମାଛ ମାରିବା ପାଇଁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି। ଏ ନେଇ ଏସଆରସି ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ଏବଂ ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ।