କାଲି ସୃଷ୍ଟି ହେବ ଲଘୁଚାପ: ୨୪ ଓ ୨୫ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର – ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ୨୪ରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ର‌ହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୩ ତାରିଖ ସକାଳୁ ସମୁଦ୍ର ଅଶାନ୍ତ ରହିବ ।ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ନିର୍ଦ୍ଦେଶ ଦିଆଯାଇଥିବା।

ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ୨୩ ସୁଦ୍ଧା କୂଳକୁ ଫେରିବାକୁ କୁହାଯାଇଛି। ଲଘୁଚାପ ପ୍ରଭାବରେ ୨୪ ଓ ୨୫ ତାରିଖରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ମେ’ ୨୪ ତାରିଖରେ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଳାରେ ଅତି ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି। ୨୫ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କଟକରେ ପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ସୂଚନା ରହିଛି।

Comments are closed.