ମେ’ ୨୬ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର – ଆସନ୍ତା ମେ’ ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ଏହା ଘୋଷଣା କରାଯାଇଛି। ମେ’ ୨୬ ତାରିଖ ଅପରାହ୍ନରେ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । www.orissaresults.nic.inରେ ଉପଲବ୍ଧ ହେବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏ ବର୍ଷ ଫେବ୍ରୁଆରୀ ୧୬ ତାରିଖରୁ ମାର୍ଚ୍ଚ ୨୦ ତାରିଖ ଯାଏଁ ଚାଲିଥିଲା ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତଦୁଇ ପରୀକ୍ଷା । ମୋଟ ୧୯ଟି ସିଟିଂରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ୩ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ।

Comments are closed.