ସୁଦୃଶ ଲଘୁଚାପରେ ପରିଣତ ହେଲା ଲଘୁଚାପ କ୍ଷେତ୍ର  | News Room Odisha

ସୁଦୃଶ ଲଘୁଚାପରେ ପରିଣତ ହେଲା ଲଘୁଚାପ କ୍ଷେତ୍ର 

ଭୁବନେଶ୍ବର – ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆସନ୍ତାକାଲି ସକାଳ ସୁଦ୍ଧା ଏହା ଅବପାତରେ ପରିଣତ ହେବ । ଆଗାମୀ ୨୫ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବା ଆଶଙ୍କା ରହିଛି। ୨୬ ତାରିଖ ସନ୍ଧ୍ୟା ଏହା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ପରେ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ । ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ପୂର୍ବରୁ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ ।

ଲଘୁଚାପ ପ୍ରଭାବରେ ମୁଖ୍ୟତଃ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, ଯାଜପୁର,କଟକ, କେନ୍ଦୁଝର, ଢେଙ୍କାନାଳ, ଗଞ୍ଜାମ, ପୁରୀର ଅଧିକାଂଶ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୨୬-୨୭ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ଭାରି ବର୍ଷା ସମ୍ଭାବନା ରହିଛି। ବର୍ଷା ସମୟରେ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଥିବା ବେଳେ ଅଶାନ୍ତ ହେବ ସମୁଦ୍ର। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି।