ମାଟ୍ରିକ ପରୀକ୍ଷାରେ କୃତୀ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର କୃତୀ ଛାତ୍ରଛାତ୍ରୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ମଧ୍ୟ ପ୍ରଶଂସା କରିଛନ୍ତି ନବୀନ। ଦୃଢ଼ ଇଚ୍ଛା ଶକ୍ତି ଓ କଠିନ ପରିଶ୍ରମ ବଳରେ ସମସ୍ତେ ଜୀବନରେ ସଫଳ ହୁଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସଫଳତାର ଶୀର୍ଷରେ ସମସ୍ତ ପହଞ୍ଚନ୍ତୁ । ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.