ଭୋଟ୍ ଗଣତି ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା 

ଭୁବନେଶ୍ୱର – ଆସନ୍ତାକାଲି ଭୋଟ୍ ଗଣତି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଷ୍ଟ୍ରଙ୍ଗ ରୁମ ସୁରକ୍ଷା ଓ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦିଆଯାଇଛି। ୬୯ଟି ଷ୍ଟ୍ରଙ୍ଗରୁମ ଓ ଗୋଟିଏ ପୋଷ୍ଟାଲ ବାଲାଟ କାଉଣ୍ଟିଂ କେନ୍ଦ୍ରରେ ତ୍ରିସ୍ତରୀୟ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଷ୍ଟ୍ରଙ୍ଗରୁମରେ ସିଏପିଏଫ୍ ମୁତୟନ ହୋଇଥିବା ବେଳେ ଷ୍ଟ୍ରଙ୍ଗ ରୁମ ବାହାରେ ବନ୍ଧୁକ ଧାରୀ ପୋଲିସ ଓ ଜିଲ୍ଲା ପୋଲିସ ମୁତୟନ ହେବେ । ୧୧୫ଟି କେନ୍ଦ୍ରୀୟ କମ୍ପାନୀ ଷ୍ଟ୍ରଙ୍ଗ ରୁମରେ ମୁତୟନ ରହିବେ । ଏହାସହ ୨୧୮ ପ୍ଲାଟୁନ ପୋଲିସ ଫୋର୍ସ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବେ । ସେହିପରି ଷ୍ଟ୍ରଙ୍ଗ ରୁମକୁ କେବଳ ପାସ ଥିବା କର୍ମଚାରୀ ଭିତରକୁ ଯାଇ ପାରିବେ । ଗଣମାଧ୍ୟମ ପାଇଁ ମଧ୍ୟ ପାସ ବ୍ୟବସ୍ଥା କରାଯାଇଛି । କାଉଣ୍ଟିଂ ସେଣ୍ଟରକୁ ମୋବାଇଲ ନେବା ଉପରେ କଟକଣା ରହିଛି । କେବଳ ଯେଉଁ ଅଧିକାରୀଙ୍କୁ ଅନୁମତି ଦିଆଯାଇଛି ସେମାନେ ହିଁ ମୋବାଇଲ ଫୋନ ନେଇପାରିବେ । ଜିତିବା ପରେ ବିଜୟ ଉତ୍ସବ ରାଲି କରିବାକୁ ପୋଲିସର ଅନୁମତି ନେବା ଆବଶ୍ୟକ ରହିଛି । ନିର୍ବାଚନ ପରବର୍ତ୍ତୀ ହିଂସାକୁ ରୋକିବା ପାଇଁ ପୋଲିସ ପ୍ରସ୍ତୁତ ଥିବା କହିଛନ୍ତି ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ।

Comments are closed.