ବିଜେପିର ବିଜୟ ପାଇଁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ – ଲୋକସଭା ଓ ବିଧାନସଭା ନିର୍ବାଚନରେ ବିଜେପିର ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଓଡ଼ିଶାକୁ ପ୍ରଗତିର ଶିଖରରେ ପହଞ୍ଚାଇବା ସହ ରାଜ୍ୟବାସୀଙ୍କ ସ୍ୱପ୍ନ ସାକାର କରିବା ପାଇଁ ବିଜେପି ସମସ୍ତ ଉଦ୍ୟମ କରିବ ବୋଲି ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି। ବିଜୟ ପାଇଁ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ମୋଦି ।

Comments are closed.