କ୍ରମାଗତ ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀ କ୍ରମାଗତ ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ରବିବାର ସନ୍ଧ୍ୟାରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ମୋଦୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜବାହାରଲାଲ ନେହେରୁଙ୍କ ପରେ ମୋଦୀ ଦ୍ବିତୀୟ ନେତା ଭାବେ ଲଗାତାର ତୃତୀୟ ଥର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ମୋଦୀଙ୍କ ସହ ରାଜନାଥ ସିଂହ, ଅମିତ ଶାହା, ନିତିନ ଗଡକରୀ, ଜେପି ନଡ୍ଡା, ଶିବରାଜ ସିଂହ ଚୌହାନ, ଧର୍ମେନ୍ଦ୍ର ପ୍ରଧାନ‌ ପ୍ରମୁଖ ନେତା ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋଟ ୭୫ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି।

ମୋଦୀଙ୍କ ଶପଥ ଗ୍ରହଣ ସମାରୋହରେ ବାଂଲାଦେଶ, ଶ୍ରୀଲଙ୍କା, ନେପାଳ, ଭୁଟାନ, ମାଳଦ୍ୱୀପ ଏବଂ ମରିସସ୍ ଭଳି ପଡ଼ୋଶୀ ଦେଶର ନେତା ଯୋଗ ଦେଇଥିଲେ।

Comments are closed.