ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି | News Room Odisha

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ପୁରୀ – ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ୮ରେ ପହଞ୍ଚିଛି । ଆଜି ଆଉ ଜଣେ ଗୁରୁତର ଆହତଙ୍କ ମୃତ୍ୟୁ ହୋଇଛି। ଏ ନେଇ ଏସଆରସିଙ୍କ ପକ୍ଷରୁ ସୂଚନା ମିଳିଛି। ବିଭିନ୍ନ ହସ୍ପିଟାଲରେ ୨୨ ଜଣ ଆହତ ଚିକିତ୍ସିତ ହେଉଛନ୍ତି।

ସୂଚନାଯୋଗ୍ୟ ଯେ, ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ପ୍ରଥମେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଥିଲେ। ଏହି ଘଟଣାରେ ପୁଲିସ ନିଜ ଆଡୁ ମାମଲା ରୁଜୁ କରିଛି। ଘଟଣାର ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।