ଜୁନ୍ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ | News Room Odisha

ଜୁନ୍ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର – ଚଳିତ ମାସ ୩୦ ତାରିଖ ଯାଏଁ ରାଜ୍ୟରେ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ ହୋଇଛି। ଏ ସମ୍ପର୍କରେ ସମସ୍ତ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚିତ କରାଯାଇଛି । ୩୦ ଜୁନ୍‌ ପର୍ଯ୍ୟନ୍ତ କାହାରିକୁ ଛୁଟି ନଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରୀ ଛୁଟି ଦିନରେ ବି ଅନୁପସ୍ଥିତ ନ ରହିବାକୁ କୁହାଯିବା ସହ ହେଡ୍‌କ୍ବାର୍ଟର ନ ଛାଡ଼ିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଆସନ୍ତାକାଲି ରାଜ୍ୟରେ ନୂଆ ସରକାର ନେବ। ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ। ଏଣୁ ଜୁନ୍ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ସରକାରୀ ଛୁଟିଦିନ ଗୁଡିକରେ ମଧ୍ୟ ଅଧିକାରୀଙ୍କୁ ହେଡକ୍ୱାର୍ଟର ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । କେବଳ ସ୍ୱାସ୍ଥ୍ୟଗତ ସମସ୍ୟା ଥିଲେ ଛୁଟି ଅନୁମତି ମିଳିବ । ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲ୍ଲାପାଳ ଓ ବିଭାଗୀୟ ମୁଖ୍ୟଙ୍କୁ ଚିଠି ଲେଖି ଅବଗତ କରିଛନ୍ତି।