ମୋହନ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ମୋହନ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ରାଜ୍ୟରେ ନୂଆ ବିଜେପି ସରକାରର ସେ ନେତୃତ୍ବ ନେବେ । ଆଜି ଭୁବନେଶ୍ୱରରେ ନବନିର୍ବାଚିତ ବିଜେପି ବିଧାୟକ ଦଳ ବୈଠକରେ ମୋହନ ମାଝୀଙ୍କୁ ସର୍ବସମ୍ମତିକ୍ରମେ ନେତା ନିର୍ବାଚିତ କରାଯାଇଥିଲା । ବୈଠକରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ ଉପସ୍ଥିତ ଥିଲେ । ଆସନ୍ତାକାଲି ମୋହନ ମାଝୀ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । କେନ୍ଦୁଝର ସଦର ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ମୋହନ ମାଝୀ। କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡା ହେବେ ଉପ ମୁଖ୍ୟମନ୍ତ୍ରୀ।

Comments are closed.