ମୁଖ୍ୟମନ୍ତ୍ରୀଙ୍କ ସହ ପୋଲିସ ଡିଜି ଓ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ଆଲୋଚନା | News Room Odisha

ମୁଖ୍ୟମନ୍ତ୍ରୀଙ୍କ ସହ ପୋଲିସ ଡିଜି ଓ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ଆଲୋଚନା

ଭୁବନେଶ୍ୱର – ରାଜ୍ୟ ଅତିଥି ଭବନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ ଓ ବରିଷ୍ଠ ପୋଲିସ ଅଧିକାରୀମାନେ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି।

ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ ଏବଂ ଭଲ ବ୍ୟବହାର କରିବାକୁ ପୋଲିସ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବୈଠକରେ ଏକାଧିକ ପ୍ରସଙ୍ଗରେ ଆଲୋଚନା ହୋଇଛି । ଏହି ଅବସରରେ ଆସନ୍ତାମାସ ପହିଲାରୁ କାର୍ଯ୍ୟକାରୀ ହେବାକୁ ଥିବା ଦେଶର ତିନିଟି ଗୁରୁତ୍ୱପୂର୍ଣ୍ଣ ନୂଆ ଆଇନ ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ।