ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ | News Room Odisha

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ୱର – ବିଶିଷ୍ଟ ରାଜନେତା ଓ ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଯାଇଛି । ସ୍ୱର୍ଗତ ଭଣ୍ଡାରେ ୨୦୦୭ ମସିହା ଅଗଷ୍ଟ ୧୯ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ । ୨୦୧୩ ଯାଏଁ ରାଜ୍ୟପାଳ ରହିଥିଲେ ଭଣ୍ଡାରେ । କଂଗ୍ରେସର ବରିଷ୍ଠ ନେତା ଭାବେ ଭଣ୍ଡାରେ ତିନି ତିନି ଥର ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ସେ ଦୁଇଥର ସୁପ୍ରିମକୋର୍ଟ ବାର୍ ଆସୋସିଏସନ୍ ସଭାପତି ଭାବେ କାର୍ଯ୍ୟ କରିଥିଲେ ।

ଭଣ୍ଡାରେଙ୍କ ବିୟୋଗରେ ରାଜ୍ୟପାଳ ରଘୁବର ଦାସ ଶୋକ ପ୍ରକାଶ କରିଛନ୍ତି।