ଟ୍ରାକ୍ଟରକୁ ପିଟିଲା କାର, ୪ ଯାତ୍ରୀ ମୃତ  | News Room Odisha

ଟ୍ରାକ୍ଟରକୁ ପିଟିଲା କାର, ୪ ଯାତ୍ରୀ ମୃତ 

ନୂଆପଡ଼ା – ନୂଆପଡ଼ା ଜିଲ୍ଲା ଖଡିଆଳ ଥାନା ଲଛିପୁର ଗାଁ ନିକଟ ୧୬ ନମ୍ବର ରାଜ୍ୟ ରାଜପଥରେ ଏକ ସଡ଼କ ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏକ ଟ୍ରାକ୍ଟରକୁ ଦ୍ରୁତଗାମୀ କାର୍ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଛି । ସବୁ ମୃତକ ଖଡିଆଳ ଅଞ୍ଚଳର ବାସିନ୍ଦା ବୋଲି ସୂଚନା ମିଳିଛି। ଋଷି ସାହୁ, ଶୁଭମ ମହାଉତି, ବଣ୍ଟି ଲାଲ ସିଂହ ଓ ଗୋଇମୁଣ୍ଡା ଗ୍ରାମର ଦେବରାଜ ପଟେଲ ଗତକାଲି ରାତିରେ କାର ଯୋଗେ ତୁକୁଳା ଗାଁକୁ ଏକ ଜନ୍ମବାର୍ଷିକୀ ଭୋଜି ଖାଇବାକୁ ଯାଇଥିଲେ। ରାତି ପ୍ରାୟ ୧୨ଟା ବେଳେ ସେମାନେ ଖଡ଼ିଆଳ ଅଭିମୁଖେ ଫେରୁଥିବା ବେଳେ ଲଛିପୁର ଗାଁ ନିକଟରେ ଏକ ଟ୍ରାକ୍ଟର ସହିତ ସେମାନଙ୍କର ଧକ୍କା ହୋଇଥିଲା । ଏହା ପରେ ପରେ ସେହି ରାସ୍ତା ଦେଇ ଦ୍ରୁତଗତିରେ ଯାଉଥିବା ଏକ ଟ୍ରକ୍ ସେମାନଙ୍କ କାରକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ଟ୍ରାକ୍ଟରରେ ଯାଉଥିବା ଦୁଇ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଖବର ପାଇ ଖଡ଼ିଆଳ ପୋଲିସ ସହିତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୋଲିସ ଚାରି ଯୁବକଙ୍କ ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି।