ପଶ୍ଚିମବଙ୍ଗ ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି | News Room Odisha

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି

କୋଲକାତା: ପଶ୍ଚିମବଙ୍ଗର ଦାର୍ଜିଲିଂରେ ସୋମବାର ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି । ଏହି ଦୁର୍ଘଟଣାରେ ୬୦ ଜଣ ଆହତ ହୋଇଛନ୍ତି। ଉତ୍ତର ପଶ୍ଚିମବଙ୍ଗର ନୂଆ ଜଲପାଇଗୁଡି ଷ୍ଟେସନଠାରୁ ପ୍ରାୟ ୩୦ କିଲୋମିଟର ଦୂର ରଙ୍ଗାପାନି ଷ୍ଟେସନରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଠିଆ ହୋଇଥିବା ବେଳେ ଏହାକୁ ଏକ ମାଲଗାଡ଼ି ପଛପଟୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ କାଞ୍ଚନଜଙ୍ଗା ଏକ୍ସପ୍ରେସର ତିନୋଟି ବଗି ଚୂରମାର୍ ହୋଇଯାଇଥିଲା।

ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି ଏବଂ ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରିଲିଫ ଓ ଉଦ୍ଧାର କାର୍ଯ୍ୟର ତଦାରଖ ପାଇଁ ଘଟଣାସ୍ଥଳରେ ପହଞ୍ଚିଛନ୍ତି। କେନ୍ଦ୍ର ସରକାରଙ୍କ ତରଫରୁ ମୃତକମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରାଯାଇଛି। ଗୁରୁତର ଆହତଙ୍କୁ ୨.୫ ଲକ୍ଷ ଓ ସାମାନ୍ୟ ଆହତଙ୍କ ପାଇଁ ୫୦ ହଜାର ଘୋଷଣା କରାଯାଇଛି ।