ପୁରୀ – ଜୁଲାଇ ୮ ତାରିଖରେ ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏଏସ୍ଆଇ ସୁପରିଟେଣ୍ଡେଣ୍ଟ ଡି.ବି ଗଡ଼ନାୟକ ଆଜି ଏହି ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥର ଲେଜର ସ୍କାନିଂ କରାଯାଇଛି । ସ୍କାନିଂରେ କ୍ରାକ୍ ଥିବା ଜଣାପଡିଛି, ପାଣି ଜକଉ ଥାଇପାରେ । ଏହାକୁ ଖୋଲାଯାଇ ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏଏସ୍ଆଇ କହିଛନ୍ତି, ୮ ତାରିଖରେ ରତ୍ନ ଭଣ୍ଡାର ଖୋଲାଯିବା ନିମନ୍ତେ ନିଷ୍ପତ୍ତି ନିଅଯାଇଛି। କୋର କମିଟି, ଟେକନିକାଲ କମିଟି ଉପସ୍ଥିତିରେ ଏହାକୁ ଖୋଲାଯିବ ।
Comments are closed.